Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆମ୍ବେଦକର ଙ୍କ ନାମ ରେ ନାମିତ ହେବ ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡ

ଭୁବନେଶ୍ବର:ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ
ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସ ଷ୍ଟାଣ୍ଡ .ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକର ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି . ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ.

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ. ସମାଜ ର ଦଳିତ ନିଷ୍ପେଶିତ ଙ୍କ ପାଇଁ ସେ ଥିଲେ ଆଶା ର ଆଲୋକ. ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି .
ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣ ଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡ ରେ 900 ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ. ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶ କୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ. ଭାରତୀୟ ସମ୍ବିଧାନ ର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ଯ ଏଠାରେ ପ୍ରଦର୍ଶିତ ହେବ.
15.5 ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନ ର ମୁଖ୍ୟ ମାଧ୍ୟମ ହେବ .ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...