Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡ଼ିଶାରେ ଚାଲିଲା ମୋହନ ସରକାର

ଭୁବନେଶ୍ୱର: ଓଡ଼ିଶାରେ ଶାସନ ଆରମ୍ଭ କରିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାର ପ୍ରତିଷ୍ଠା ହୋଇଛି। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ର ମନ୍ତ୍ରୀ ଶପଥ ନେଇଛନ୍ତି। ଶପଥ ନେଲା ପରେ ମନ୍ତ୍ରୀମାନଙ୍କ ସହ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଯାଇ ଦାୟିତ୍ବ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ସବରେ ଯୋଗ ଦେବାକୁ କିଛି ଘଣ୍ଟା ପାଇଁ ଭୁବନେଶ୍ବର ଆସିଥିଲେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ନୀତିନ ଗଡ଼କରୀ ଓ ଜେ ପି ନଡ୍ଡାଙ୍କ ସମେତ ୧୦ଟି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ। ଓଡ଼ିଶାର ତିନି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like