Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡ଼ିଶାରେ ବିଜେପି ୨୧ଲୋକସଭା ଓ ୧୪୭ ବିଧାନସଭାରେ ଏକାକି ଲଢ଼ିବ: ମନମୋହନ ସାମଲ

ଭୁବନେଶ୍ୱର, ତା.୨୨/୦୩: ଗତ ୧୦ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।
କିନ୍ତୁ ଆଜି ଓଡିଶାରେ ମୋଦି ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଂଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ବୋଲି ଶ୍ରୀ ସାମଲ କହିଛନ୍ତି ।
ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି ଏଥର ସମସ୍ତ ୨୧ଲୋକସଭା ଓ ୧୪୭ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଶ୍ରୀ ସାମଲ କହିଛନ୍ତି ।

 

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...