Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଓଡିଶା ରାଜନୀତିରେ ବିଜେପିର ଜଣେ ଟାଣୁଆ ନେତା ଭାବେ ପରିଚିତ ମୋହନ ମାଝୀ । ୨୦୦୦, ୨୦୦୯, ୨୦୧୯ ଏବଂ ୨୦୨୪ ମସିହାରେ ସେ ବିଧାୟକ ଭାବେ ନିର୍ବାଚିତ ହେଇଛନ୍ତି । ତେବେ ଏହାପୂର୍ବରୁ ସେ ବିଧାନସଭାରେ ବିଜେପିର ମୁଖ୍ୟ ସଚେତକ ଥିଲେ, ଆଉ ଏବେ ବିଜେପି ସତ୍ତାକୁ ଆସିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଦାୟିତ୍ୱ ଦିଆଯାଇଛି ।
*ଦିନେ ଥିଲେ ସରପଞ୍ଚ*

ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର ଜଣେ ସରପଞ୍ଚ ଭାବେ ଆରମ୍ଭ ହେଇଥିଲା । ୧୯୯୭-୨୦୦୦ ମସିହା ପର୍ଯ୍ୟନ୍ତ ସେ ସରପଞ୍ଚ ଭାବେ କାର୍ଯ୍ୟ କରିଥିଲେ । ଏହାପରେ ସେ ୨୦୦୦ ମସିହା ସାଧାରଣ ନିର୍ବାଚନରେ ବିଧାୟକ ଭାବେ କେନ୍ଦୁଝରରୁ ନିର୍ବାଚିତ ହେଇଥିଲେ ।

*୨୦୦୦ ମସିହାରେ ପ୍ରଥମ ଥର ବିଧାୟକ*

ସୂଚନା ମୁତାବକ, ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବା ଯାଏଁ କାର୍ଯ୍ୟ କରିଥିଲେ ।

*୨୦୦୪ ରେ ଲଗାତାର ଦ୍ୱିତୀୟ ଥର ବିଧାୟକ*

ଏହାପରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ ।

*୨୦୦୯,୨୦୧୪ ନିର୍ବାଚନରେ ପରାଜୟ*

୨୦୦୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ପରାଜିତ ହେଇଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମଧ୍ୟ ମୋହନ ମାଝୀ ପରାଜିତ ହେଇଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

*୨୦୧୯,୨୦୨୪ରେ ଲଗାତାର ବିଜୟ*

ଗତ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଆଉ ଏଥର ମଧ୍ୟ ସେ ସେହି ସମାନ କେନ୍ଦୁଝର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହେବା ସହିତ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ହେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...