Connect with us

Hi, what are you looking for?

ବିଜିନେସ

କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି ।

ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା ବେଳେ ଏହି ଅବସରରେ ଆଡିସ୍‌ନାଲ୍ କମିଶନର ଅଫ୍ ପୋଲିସ ଶ୍ରୀ ବ୍ରିଜେସ୍ କୁମାର ରାୟ, ଡିସିପି ଶ୍ରୀ ପ୍ରତୀକ ସିଂ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଉପସ୍ଥିତ ଥିଲେ ।

ଏହି ଅଂଚଳରେ ଉଭୟ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର ରହିଛି ଓ ପ୍ରତ୍ୟେକ ଦିନ ଅନେକ ସଂଖ୍ୟକ ରୋଗୀ ଏହି ଦୁଇ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ଆସୁଛନ୍ତି । ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏହି ପୋଲିସ୍ ଫାଣ୍ଡି ସ୍ଥାପନ କରାଯାଇଛି ବୋଲି ଏହି ଅବସରରେ କମିଶନର ଶ୍ରୀ ପ୍ରିୟଦର୍ଶୀ କହିଥିଲେ ।

ଭରତପୁର ଥାନା ଅଧିନରେ ଏହି ଫାଣ୍ଡିଟି କାର୍ଯ୍ୟ କରିବ ବୋଲି କହିବା ସହ ଏଠାରେ ଦୁଇଜଣ ଅଫିସର ଓ ୬ ରୁ ୮ ଜଣ କନେଷ୍ଟବଳ ରହିବେ ଏବଂ ଗୋଟିଏ ପୋଲିସ୍ ଭ୍ୟାନ୍ ଯୋଗାଇ ଦିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଥିଲେ ।
କଳିଙ୍ଗ ନଗର ଓ କଳିଙ୍ଗ ବିହାର ଅଂଚଳରେ ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଓ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ଫାଣ୍ଡି ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ ।

ଏହି ଫାଣ୍ଡିର ପ୍ରତିଷ୍ଠା ନେଇ ଆବଶ୍ୟକୀୟ ଭିତିଭୂମି ନିମନ୍ତେ ସୋଆ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯାଇଥିବାରୁ ଶ୍ରୀ ପ୍ର୍ରିୟଦର୍ଶୀ, ବିଶ୍ୱବିଦ୍ୟାଳୟ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ଜୋନ୍ ୫ ଅଂଚଳ ଅଧିନସ୍ଥ ଥାନାର ଅଧିକାରୀ ଓ ସ୍ଥାନୀୟ ଅଂଚଳର ବରିଷ୍ଠ ନାଗରିକମାନେ ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...