Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବର୍ଷିଆନ ନେତା ସୁର ନାୟକଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ମନ୍ତ୍ରୀ, ଉପ ବାଚସ୍ପତି ତଥା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ସେହିପରି ପୂର୍ବତନ କ୍ରୀଡ଼ାମନ୍ତ୍ରୀ ତଥା କାକଟପୁର ବିଜେଡି ବିଧାୟକ ତୁଷାରକାନ୍ତି ବେହେରା ମଧ୍ୟ ତାଙ୍କ ବାସଭବନରେ ଶେଷ ଦର୍ଶନ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like