ଭୁବନେଶ୍ୱର: ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜିଲ୍ଲାକୁ ପ୍ରତିନିଧିତ୍ବ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜିଲ୍ଲା କେନ୍ଦୁଝର ହୋଇଥିଲା ବେଳେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ବଲାଙ୍ଗୀର ଓ ପ୍ରଭାତୀ ପରିଡ଼ା ପୁରୀରୁ ପ୍ରତିନିଧିତ୍ବ କରୁଛନ୍ତି। ଏହାବାଦ୍ ମନ୍ତ୍ରୀ ପଦ ମିଳିଥିବା ଅନ୍ୟ ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଗଞ୍ଜାମ, କୋରାପୁଟ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ମୟୂରଭଞ୍ଜ। ଏହା ମଧ୍ୟରୁ ବଲାଙ୍ଗୀର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାକୁ ଦୁଇଟି ଲେଖାଏଁ ମନ୍ତ୍ରୀ ପଦ ମିଳିଛି। ମନ୍ତ୍ରିମଣ୍ଡଳରେ ୬ଟି ଆସନ କାହିଁକି ଖାଲି ରହିଲା, ତାହାକୁ ନେଇ ଦଳର ଆଭ୍ୟନ୍ତରୀଣ ରାଜନୀତି ଜୋର୍ ଧରିଛି। ମନ୍ତ୍ରିମଣ୍ଡଳ ଚୂଡ଼ାନ୍ତ କରିବାକୁ ଗତକାଲି ସନ୍ଧ୍ୟାରୁ ବରିଷ୍ଠ ନେତାମାନଙ୍କର ତୁହାକୁ ତୁହା ବୈଠକ ବସିଥିଲା। ବିଳମ୍ବିତ ରାତି ପର୍ଯ୍ୟନ୍ତ ମଧ୍ୟ ସବୁ ନାମ ଉପରେ ସହମତି ପ୍ରକାଶ ପାଇ ନଥିଲା। ବାକି 6ଟି ଆସନ ଉପରେ ସମସ୍ତଙ୍କ ନଜର ରହିଛି।
You May Also Like
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି ।...
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍ଟରଷ୍ଟିସିଆଲ୍ ଇମ୍ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...
ଓଡ଼ିଶା ନ୍ୟୁଜ
ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...