Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଂଟନ

ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର ହାତ ବଢ଼ାଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ।
ପୋଲିସ୍ ଓ ଟ୍ରାଫିକ ପୋଷ୍ଟରେ କାର୍ଯ୍ୟରତ କର୍ମଚାରୀମାନେ ପ୍ରାୟ ୮ ଘଂଟା ଧରି ପ୍ରଚଣ୍ଡ ଖରା ସମୟରେ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କୁ ସହାୟତାର ହାତ ବଢ଼ାଇବା ନିମନ୍ତେ ସୋଆର ଏନ୍‌ଏସ୍‌ଏସ୍ ଓ ଏନ୍‌ସିସି ଶାଖା ଏଭଳି ମହତ୍ କାର୍ଯ୍ୟ ହାତକୁ ନେଇଥିବା କହିଛନ୍ତି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ । ପ୍ରଥମ ପର୍ଯ୍ୟାୟରେ ମଙ୍ଗଳବାର କମିଶନରେଟ ପୋଲିସ୍ ଓ ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ କାର୍ଯ୍ୟରତ ପୋଲିସ୍ କର୍ମଚାରୀମାନଙ୍କୁ ୫୦୦୦ ଓଆର୍‌ଏସ୍ ପ୍ୟାକେଟ୍ ଓ ୨୦୦୦ ପାଣି ବୋତଲ ପ୍ରଦାନ କରାଯାଇଥିବା ପ୍ରଫେସର ମଲ୍ଲିକ୍ କହିଛନ୍ତି । ପରବର୍ତୀ ପର୍ଯ୍ୟାୟରେ ରାଜଧାନୀର ସବୁ ଟ୍ରାଫିକ୍ ପୋଷ୍ଟରେ ପାଣି ଓ ଓଆର୍‌ଏସ୍ ବଂଟନ କରାଯିବ ବୋଲି ସେ କହିଛନ୍ତି ।
କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ୍ କମିଶନର ଶ୍ରୀ ସଞ୍ଜୀବ ପଣ୍ଡା ଓ ଡିସିପି ଶ୍ରୀ ପ୍ରତୀକ ସିଂଙ୍କ ଉପସ୍ଥିତିରେ ପ୍ରଫେସର ମଲ୍ଲିକ ଏବଂ ସୋଆର ଏନ୍‌ସିସି କ୍ୟାଡେଟମାନେ ଏହି ପାଣି ବୋତଲ ଓ ଓଆରଏସ୍ ପ୍ୟାକେଟ ପ୍ରଦାନ କରିଛନ୍ତି ।
ପୋଲିସ୍ କମିଶନର ଶ୍ରୀ ପଣ୍ଡା ସୋଆର ଏଭଳି ପଦକ୍ଷେପକୁ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଛନ୍ତି ।
ଏହି ଅବସରରେ ଟ୍ରାଫିକ ଡିସିପି ଶ୍ରୀ ପି.କେ. ରାଉତ ଏବଂ ସୋଆର ଆସୋସିଏଟ୍ ଏନ୍‌ସିସି ଅଫିସର (ଏଏନ୍‌ଓ) ଡକ୍ଟର ସତୀଶ କୁମାର ସାମଲ ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...