Connect with us

Hi, what are you looking for?

TV

୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍‌ଗେ, ଓଡ଼ିଶା ବଂଚାଅ’ ସମାବେଶରେ ସାମିଲ ହେବେ

ଭୁବନେଶ୍ୱର, ୨୭ା୧ : ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଆସନ୍ତା ୨୯ ତାରିଖରେ ‘ଓଡ଼ିଶା ବଂଚାଅ’
ସମାବେଶରେ ଯୋଗଦେବେ । ସେ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ପରିପ୍ରେକ୍ଷୀରେ କଂଗ୍ରେସ
ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ
କହିଥିଲେ ଯେ ଶ୍ରୀଯୁକ୍ତ ଖଡ୍‌ଗେ ତଳସ୍ତରରୁ ଜଣେ ସାଧାରଣ କଂଗ୍ରେସ କର୍ମୀଭାବେ ଜୀବନ ଆରମ୍ଭ କରି ନିଜର ଚେଷ୍ଟା, ନିଷ୍ଠା ଓ
ସମର୍ପଣ ପାଇଁ ଏବେ ସେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରିଛନ୍ତି । ସେ ଜଣେ ଅନୁଭବୀ
ନେତା ଭାବେ ଦେଶକୁ ଅତି ନିକଟରୁ ଦେଖିଥିବାବେଳେ ଓଡ଼ିଶାର ଅବସ୍ଥାକୁ ମଧ୍ୟ ଭଲଭାବେ ବୁଝିଛନ୍ତି । ଶ୍ରୀ ପଟ୍ଟନାୟକ
କହିଥିଲେ ଯେ ବିଜେଡି ଶାସନର ୨୪ ବର୍ଷ ପରେ ମଧ୍ୟ ୫୨% ଲୋକ ଆଜିବି ଗରିବ । ରାଜ୍ୟରେ ହାରାହାରି ୨ଲକ୍ଷ ସରକାରୀ
ପଦବୀ ଖାଲି ପଡ଼ିଥିବାବେଳେ ୧୦ଲକ୍ଷ ପଞ୍ଜୀକୃତ ବେକାର ଶିକ୍ଷିତ ଯୁବକଯୁବତୀ ବେସାହାରା ହୋଇପଡ଼ିଛନ୍ତି । ଆଜି ବି
ସାଧାରଣ ଲୋକ ମୌଳିକ ସୁବିଧା ସୁଯୋଗରୁ ବଂଚିତ ହେଉଛନ୍ତି । ଅପରପକ୍ଷରେ ଓଡ଼ିଆ ଜାତିକୁ ଧ୍ୱଂସ କରିବାକୁ ରୀତିମତ
ଷଡଯନ୍ତ୍ର ରଚାଯାଉଛି । ଏପରିକି ଅଣଓଡ଼ିଆଙ୍କ ହାତକୁ ଶାସନ କ୍ଷମତା ଟେକି ଦେବାପାଇଁ ମସୁଧା ଚାଲିଛି, ଯାହାକୁ କଂଗ୍ରେସ
କେବେ ବରଦାସ୍ତ କରିବ ନାହିଁ । ଓଡ଼ିଶାରେ ଓଡ଼ିଆଙ୍କ ହକ୍ ରହିଛି । ଏହି ହକ୍ ଉପରେ ଆକ୍ରମଣ ହେଲେ ଓଡ଼ିଶା କଂଗ୍ରେସ କେବେ ଚୁପ୍ ହୋଇ ବସିବ ନାହିଁ ।
ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ନିଯୁକ୍ତ ଅଧ୍ୟକ୍ଷ ତଥା ପିସିସିର ପୂର୍ବତନ
ସଭାପତି ଜୟଦେବ ଜେନା କହିଛନ୍ତି ଯେ ରାଜ୍ୟରେ ଭ୍ରଷ୍ଟାଚାର, ଦୁର୍ନୀତି ଓ ଅତ୍ୟାଚାର ସୀମା ଟପିଛି । ବିଜେଡି-ବିଜେପି
ଅଘୋଷିତ ମେଂଟ ଏବେ ସାର୍ବଜନୀନ ହୋଇଛି । ଏମାନଙ୍କର ଦୌରାତ୍ମ୍ୟରୁ ରାଜ୍ୟକୁ ମୁକ୍ତ କରିବା ପାଇଁ ‘ଓଡ଼ିଶା ବଂଚାଅ’
ସମାବେଶରେ ଯୋଗଦେବାକୁ ଖଡ୍‌ଗେଜୀ ଓଡ଼ିଶା ଆସୁଛନ୍ତି । ସ୍ୱତଃପ୍ରବୃତ ଭାବେ ‘ଓଡ଼ିଶା ବଂଚାଅ’କାର୍ଯ୍ୟକ୍ରମରେ ଯୋଗଦେବାକୁ
ଶ୍ରୀ ଜେନା ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । ସାମ୍ବାଦିକମାନଙ୍କୁ ସମ୍ବୋଧନ କରି ପିସିସିର ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ
କହିଛନ୍ତି ଯେ ୨୦୨୪ ମସିହାରେ ହେବାକୁ ଥିବା ଅଷ୍ଟାଦଶ ଲୋକସଭା ଓ ସପ୍ତଦଶ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ସଭାପତିଙ୍କ ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ଦୁଇଟି ଦିଗରୁ ମହତ୍ୱପୂର୍ଣ୍ଣ । ସେ ଆହୁରି କହିଥିଲେ ଯେ ଉଭୟ ବିଜେଡି ଓ ବିଜେପିଙ୍କ ଚୋରା ପୀରତି ଧରାପଡ଼ିଯାଇଛି । ୧୦ ବର୍ଷ ମିଶି ସରକାର କରିବା ପରେ ଲିଭ୍‌ଇନ୍ ରିଲେସନ୍‌ସିପ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି ।ବିଜେଡି ୨୪ ବର୍ଷ ପରେ ନୂଆ-ଓଡ଼ିଶା ଗଢିବା କଥା କହୁଛି ତେବେ ୨୩ବର୍ଷ ପୂର୍ବରୁ ଗଢିପାରିଲେନି କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ । ଉଭୟଙ୍କ ଚିତ୍ର ଓ ଚରିତ୍ରକୁ ରାଜ୍ୟବାସୀ ବୁଝି ଗଲେଣି ଏବେ ବିଜେଡି ଓ ବିଜେପିକୁ ହଟାଇବାର ସମୟ ଆସିଛି ।
ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡଃ ବିଶ୍ୱରଂଜନ ମହାନ୍ତି କହିଥିଲେ ଯେ ଓଡ଼ିଶା ଓ ଓଡ଼ିଆ ଅସ୍ମିତା ପାଇଁ ହେଉଥିବା ଲଢେଇକୁ
ଶକ୍ତିଶାଳୀ କରିବ ‘ଓଡ଼ିଶା ବଂଚାଅ’ ସମାବେଶ । ଏହି ସମ୍ମିଳନୀରେ ଏଆଇସିସିର ସମ୍ପାଦକ ତଥା ଓଡ଼ିଶାର ସହପ୍ରଭାରୀ ଶ୍ରୀ
ସାହାନାୱାଜ ଚୌଧୁରୀ ଏବଂ ପିସିସି ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଶ୍ରୀ ଅମୀୟ ପାଣ୍ଡବ ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...