Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ

ଖର୍ଚ୍ଚ ହେବ ୫୫ କୋଟି ୨୧ ଲକ୍ଷ

ରାଜ୍ୟ ଦେବ ୩୬ କୋଟି ୪୦ ଲକ୍ଷ ୯୫ ହଜାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...