Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ନିର୍ବାଚନ ଲଢ଼ିବେନି ପାଣ୍ଡିଆନ

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ 5T ଓ ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ଯ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like