Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢ଼ିଲା ଭତ୍ତା, ୫୦୦ ବଦଳରେ ମିଳିବ ୧୦୦୦

*ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

*ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା*

*ଚଳିତ ଫେବୃଆରୀରୁ ଲାଗୁହେବ

*ଫେବ୍ରୁୟାରୀ 20 ରୁ 25 ମଧ୍ୟରେ ବର୍ଦ୍ଧିତ ପେନସନ୍ ମିଳିବ*.

*ଜାତୀୟ ସାମାଜିକ ସୁରକ୍ଷା ହିତାଧିକାରୀ ମଧ୍ଯ ପାଇବେ ରାଜ୍ଯ ସରକାରଙ୍କ ଏହି ବର୍ଦ୍ଧିତ ଭତ୍ତା ( ୫୦୦ ଟଙ୍କା) ସୁବିଧା

*ବାର୍ଷିକ ଖର୍ଚ୍ଚ ହେବ 3683 କୋଟି ଟଙ୍କା*

*5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରୁ
ମିଳିଥିଲା ଅନୁରୋଧ ଓ ପ୍ରସ୍ତାବ*

ଭୁବନେଶ୍ଵର:ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି।

ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର:ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସ ଷ୍ଟାଣ୍ଡ .ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ...

TV

ଭୁବନେଶ୍ୱର, ତା ୧୦/୧୨: ବିଜେଡି ସରକାରରେ ମଦର ଭୂ-ସ୍ୱର୍ଗ ପାଲଟିଛି ଓଡ଼ିଶା । ରାଜ୍ୟ ସରକାରଙ୍କ ଅନୁକମ୍ପାରେ “ସାହୁ ବ୍ରଦର୍ସ ଆଣ୍ଡ କୋ” ଠୁଳ କରିଛି ୫୦୦କୋଟିର କଳା ଟଙ୍କା । ବିଜେଡିର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ତଥା ବିଜୁ ପଟ୍ଟନାୟକଙ୍କ ଝିଅ ତଥା ବିଶିଷ୍ଟ ଲେଖକ, ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ନିର୍ମାତା ତଥା ସାମ୍ବାଦିକ ଗୀତା ମେହେଟ୍ଟାଙ୍କ ଦିଲ୍ଲୀରେ ଆଜି ଦେହାନ୍ତ ହୋଇଛି।...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି . କୋଭିଡ କୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦ ରେ ରକ୍ଷା ବନ୍ଧନ...