Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ JSPL ଅଧ୍ୟକ୍ଷ, ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...