Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ୟୁକ୍ରେନରୁ ଓଡିଶା ଫେରିଲେ 199 ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର:  ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପେସୋଚିନ ରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି। ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କ ମଧ୍ୟରୁ 65ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ବତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମା କୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି।
ଏ ପର୍ଯ୍ୟନ୍ତ 199ଛାତ୍ରଛାତ୍ରୀ ନିରାପଦ ରେ ଭାରତରେ ପହଞ୍ଚି ସାରିଛନ୍ତି ।ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି  ।ନୂଆଦିଲ୍ଲୀ ସ୍ଥିତ Resident commission office ଉଦ୍ଧାର କାର୍ଯ୍ୟ ରେ ସମନ୍ୱୟ ରକ୍ଷା କରୁଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ ପାଇଁ ୪ ଜଣ ସ୍ବତନ୍ତ୍ର ପ୍ରତିନିଧିଙ୍କୁ ସମନ୍ବୟ ରଖିବା ପାଇଁ ଦାୟିତ୍ବ ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...