Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଂଚାୟତ ଭୋଟ: ୭୧ପ୍ରତିଶତ ମତଦାନ,୧୧ଟି ୱାର୍ଡରେ ହୋଇପାରିଲାନି, ୧୫ଟାରେ ହିଂସା

ଭୁବନେଶ୍ବର: ଆଜି ରାଜ୍ୟରେ ପଞ୍ଚାୟତି ରାଜ ଅନୁଷ୍ଠାନ ଗୁଡିକର ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ମୋଟ ୭୧ ଟି ବ୍ଳକର ୧୬୬୯ ଟି ଗ୍ରାମ ପଞ୍ଚାୟତରେ ୨୦୦ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୨୩୭୯ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି ।
ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ୍ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଅଛି ।
ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ପର୍ଯ୍ୟାୟରେ ମୋଟ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୭୦ % ମତଦାନ ହୋଇଅଛି ।
କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଳକର ତୁଣ୍ଡାମେଲା ଗ୍ରାମ ପଞ୍ଚାୟତର ୱାର୍ଡ ନମ୍ବର ୧୧ ରେ ବିଶେଷ କାରଣ ଯୋଗୁଁ ନିର୍ବାଚନ ହୋଇନାହିଁ।  କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଅଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ ଢେଙ୍କାନାଳ ଜିଲ୍ଲାର ୩ ଟି ବୁଥ, ଯାଜପୁର ଜିଲ୍ଲାର ୭ଟି ବୁଥ ଏବଂ ପୁରୀ ଜିଲ୍ଲାର ୫ଟି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟର ମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରୁଛନ୍ତି   ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ।

୨୦୧୭ ମସିହାରେ ହୋଇଥିବା ପଂଚାୟତ ନିର୍ବାଚନ ର ପ୍ରଥମ ପର୍ଯ୍ୟାୟରେ ୭୬.୬୫ ପ୍ରତିଶତ ଥିଲା।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...