Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଏଣିକି ମିଳିବ 40 ଲକ୍ଷ ଗୃହ ନିର୍ମାଣ ଋଣ

ଭୁବନେଶ୍ୱର: ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା ।

ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି ।

ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...