Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣି ବୁଲିଲା ନବୀନ ଖଣ୍ଡା, ୫ ବାବୁ ବିଦା

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ଶ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ତାଙ୍କ ପାଖରେ 3.26 କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଥିଲା । ତାଙ୍କ ପାଖରେ 7.63 କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (Testing and Calibration) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ED & Inspection) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ସେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...