ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୦୦ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇଲା କରୋନା ସଂକ୍ରମଣ । ଗୋଟିଏ ଦିନରେ ୧୦୦ ବଢିଲା। ଗତ ୨୪ ଘଣ୍ଟାରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଗତ କାଲି କରୋନା ଆକ୍ରନ୍ତଙ୍କ ସଂଖ୍ୟା ଥିଲା 298। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୯୬୨ଜଣ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ 61ହଜାର 652 ଜଣଙ୍କର କ ରୋ ନା ଟେଷ୍ଟ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୨୫୬୪୬୨୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Comment

Your email address will not be published. Required fields are marked *

Scroll to Top