ଭୁବନେଶ୍ୱର: ଆଜି ରାଜ୍ୟର ୧୪୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ୩୪୭ ଛୁଇଁଲା। ଆଇ ଏଲ ଏସ କୁ ଲୋକଲରୁ 249ଟି ସମ୍ପୁଲ ଜେନ ମ ସିକୁଏନ୍ସିଙ୍ଗ ପାଇଁ ପଠାଇଥିଲା ସେଥିରୁ ୧୪୫ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇ ଏଲ ଏସ ପକ୍ଷରୁ ସ୍ଵାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।
ପୂର୍ବରୁ ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଏବଂ ଜାନୁଆରୀ ୧୫ ତାରିଖରେ ୩୨ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ।