Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଶେଷରେ ରାଜ୍ୟ ସରକାର ନେଲେ ନିଷ୍ପତ୍ତି, ୭ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ । ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କୋଭିଡ୍‌ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ । ସ୍କୁଲ କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ । ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ ।

ଏହା ସହିତ ଫେବୃଆରୀ ୧୪ ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସ୍କୁଲ ଯିବେ । ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ରେ ପାଠପଢା ହେବ । ଛାତ୍ରଛାତ୍ରୀ ମାନେ ପସନ୍ଦ ମୁତାବକ ମାଧ୍ୟମ ବାଛିପାରିବେ । ରାଜ୍ୟରେ କୋଭିଡ୍‌ ସ୍ଥିତି ପରଖିବା ପରେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...