Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ୟୁକ୍ରେନ୍‌ରୁ ଫେରିଲେ ୭୭ ଓଡିଆ ଛାତ୍ରଛାତ୍ରୀ, ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଆଜି ଅନ୍ତ ଘଟିଛି । ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ବସ୍ତି । ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଆଜି ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ।

ଓଡିଶା ଫେରିଆସିଥିବା ଛାତ୍ରଛାତ୍ରୀ ମାନଙ୍କ ପରିବାରର ଏହି ଆନନ୍ଦମୟ ମୁହୂର୍ତ୍ତରେ ବିମାନବନ୍ଦରରେ ସେମାନଙ୍କ ସହ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୤ ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନ ଆଜି ନୂଆଦିଲ୍ଲୀରୁ ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ନେଇ ସଂଧ୍ୟା ୦୫.୩୦ ମିନିଟରେ ଭୁବନେଶ୍ବରରେ ପହଞ୍ଚିଥିଲା । ଯୁଦ୍ଧ ଅଞ୍ଚଳରୁ ଫେରିଆସିଥିବା ପିଲାମାନଙ୍କୁ ପାଖରେ ପାଇ ବାପା ମାଙ୍କ ଆଖିରୁ ଝରିପଡିଥିଲା ଆନନ୍ଦର ଅଶ୍ରୁ । ହୃଦୟରେ ଆସିଥିଲା ଆଶ୍ବସ୍ତି । ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବସନା ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବାପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ ୤ ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ନିରାପଦ ଉଦ୍ଧାର କରାଯାଇଥିଲା । ଏତଦ୍‌ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଏବଂ ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ପିଲାମାନଙ୍କ ସହିତ ଆଲୋଚନା କରିଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...