Connect with us

Hi, what are you looking for?

ଜାତୀୟ

ସଂଧ୍ୟାରେ ବସିବ ବିଜେପିର ସଂସଦୀୟ ବୋର୍ଡ ବୈଠକ, ମୁଖ୍ୟମନ୍ତ୍ରୀଙ୍କ ନାଁରେ ବାଜିବ ମୋହର

ଭୁବନେଶ୍ୱର: ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିବାରେ ଲାଗିଛି। ୪ଟି ରାଜ୍ୟରେ ବିଜେପି ସରକାର ଗଠନ କରିବାକୁ ଯାଉଛି।  ଏହାରି ଭିତରେ ରାଜ୍ୟର ନେତୃତ୍ୱ ଉପରେ ମଧ୍ୟ ବିଚାରବିମର୍ଶ ଆରମ୍ଭ ହୋଇଛି। ଟ୍ରେଣ୍ଡରେ ଉତ୍ସାହିତ ବିଜେପି ଗୁରୁବାର ସଂଧ୍ୟାରେ ନିଜର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ ସଂସଦୀୟ ବୋର୍ଡର ବୈଠକ ବସିପାରେ ବୋଲି ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂଧ୍ୟାରେ ବିଜେପି ମୁଖ୍ୟାଳୟରେ ଦଳୀୟକର୍ମୀଙ୍କୁ ସମ୍ୱୋଧିତ କରିବେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଏଥିରେ ସାମିଲ ହୋଇପାରନ୍ତି। ସୂତ୍ର ଅନୁସାରେ ଏହି ବୈଠକରେ ଚାରି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରେ ଚର୍ଚ୍ଚା ହୋଇପାରେ।

ରେଜଲ୍ଟ ଅନୁସାରେ ବିଜେପି ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ମ୍ୟାଜିକ୍ ନମ୍ୱର ପାର କରିସାରିଛି। ସେହିପରି ମଣିପୁର ଏବଂ ଗୋଆରେ ସବୁଠାରୁ ବଡ଼ ଦଳ ରୁପେ ସାମ୍ନାକୁ ଆସିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...