Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମଦ୍ୟପାନ କରିବା ଯୋଗୁଁ ବର୍ଷକୁ ୨.୬ ଲକ୍ଷ ଲୋକଙ୍କ ମୃତ୍ୟୁ ହେଉଛି

ଭୁବନେଶ୍ୱର ,୨୪/୮: ମଦ୍ୟପାନ ଯୋଗୁଁ ପ୍ରତିବର୍ଷ ପୃଥିବୀରେ ପ୍ରାୟ ୩୦ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି । ଏହା ସବୁ ମୃତ୍ୟୁର ପ୍ରାୟ ୫.୩ ପ୍ରତିଶତ । ତେଣୁ ମଦ୍ୟପାନ ଅଭ୍ୟାସକୁ ହ୍ରାସ କରିବା ପାଇଁ ସମସ୍ତ ପ୍ରଚେଷ୍ଟା ଆବଶ୍ୟକ ବୋଲି ପ୍ରଖ୍ୟାତ ମାନସିକ ରୋଗ ବିଶେଷଜ୍ଞ ଡକ୍ଟର ଏନ.ଏନ.ରାଜୁ କହିଛନ୍ତି ।

ଭାରତରେ ପ୍ରତିବର୍ଷ ୨.୬ଲକ୍ଷ ମଦ୍ୟପାନ ଜନିତ ମୃତ୍ୟୁ ଘଟୁଥିବାବେଳେ ଏହି ଅଭ୍ୟାସ ପ୍ରାୟ୨୦୦ ରୋଗର କାରଣ ହୋଇଥାଏ । ପୃଥିବୀର ସମସ୍ତ ମୃତ୍ୟୁରୁ ମଦ୍ୟପାନ ପାଇଁ ୭.୭ ପ୍ରତିଶତ ପୁରୁଷ ଓ ୨.୬ ପ୍ରତିଶତ ମହିଳା ମୃତ୍ୟୁବରଣ କରିଥାନ୍ତି । ଏହାଛଡା ୨୦ରୁ ୩୯ବର୍ଷ ମଧ୍ୟରେ ଥିବା ଯୁବବର୍ଗର୧୩.୫ ପ୍ରତିଶତ ମୃତ୍ୟୁ ମଦ୍ୟପାନ ଜନିତ ଅଟେ ବୋଲି ନିକଟରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲ ଓ ଇଣ୍ଡିଆନ ସାଇକ୍ରିୟାଟିଷ୍ଟସ ସୋସାଇଟି (ଆଇପିଏସ୍‌)ର ମିଳିତ ଆୟୋଜନରେ ଅନୁଷ୍ଠିତ ଏକ କଂଟିନ୍ୟୁଇଙ୍ଗ ମେଡିକାଲ ଏଜୁକେସନ (ସିଏମଇ) କାର୍ଯ୍ୟକ୍ରମରେ ଯୋଗ ଦେଇ ଡକ୍ଟର ରାଜୁ ଏହା କହିଥିଲେ ।
ଡକ୍ଟର ରାଜୁ, ଯିଏ କି ଇଣ୍ଡିଆନ ସାଇକ୍ରିୟାଟିଷ୍ଟସ ସୋସାଇଟିର ସଭାପତି, କହିଥିଲେ ଯେ ପୃଥିବୀର ମଦ୍ୟ ଆବଶ୍ୟକତାର ୬୫ ପ୍ରତିଶତ ମଦ୍ୟ ଭାରତରେ ପ୍ରସ୍ତୁତ ହୋଇଥାଏ । ମଦ୍ୟପାନ ଯୋଗୁଁ ଅବସାଦ, ଉତ୍କଣ୍ଠା, ସାଇକୋସିସି ତଥା ଆକ୍ୟୁଟ ଷ୍ଟ୍ରେସ ଡିସଅର୍ଡର ଭଳି ସମସ୍ୟା ସୃଷ୍ଟି ହୁଏ ଓ ପରିଶେଷରେ ଏହା ଆତ୍ମହତ୍ୟାରେ ପରିଣତ ହୋଇଥାଏ ।
ସେ କହିଥିଲେ ଯେ ମଦ୍ୟପାନ ସମସ୍ତ ଆତ୍ମହତ୍ୟାର ୨୨ପ୍ରତିଶତ ନିମନ୍ତେ ଦାୟୀ ଏବଂ ରାସ୍ତା ଦୁର୍ଘଟଣା ଛଡା ଘଟୁଥିବା ଅନ୍ୟାନ୍ୟ ଦୁର୍ଘଟଣା ଜନିତ ମୃତ୍ୟୁର ୨୦ ପ୍ରତିଶତ ଏହି କାରଣରୁ ହୁଏ । ଗତ ତିନି ବର୍ଷ ମଧ୍ୟରେ ମଦ୍ୟପାନ ଯୋଗୁଁ ୩୮,୦୦୦ ରାସ୍ତା ଦୁର୍ଘଟଣା ଘଟିଛି ବୋଲି ସେ କହିଥିଲେ ।
ଶିକ୍ଷା ଓ ଅନୁସନ୍ଧାନ ର କୁଳପତି ପ୍ରଫେସର (ଡ) ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ୍ ହସ୍ପିଟାଲର ଡିନ ପ୍ରଫେସର (ଡ) ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡଂଟ ପ୍ରଫେସର (ଡ) ପୁଷ୍ପରାଜ ସାମନ୍ତସିଂହାର, ଆଇପିଏସର ସର୍ବଭାରତୀୟ ସଂପାଦକ ଡ. ଅରବିନ୍ଦ ବ୍ରହ୍ମା, ଆଇପିଏସର ଓଡିଶା ଶାଖା ସଭାପତି ଡ. ପ୍ରଣବ ମହାପାତ୍ର ଓ ସଂପାଦକ ଡ. ଅଶ୍ରୁମୋଚନ ସାହୁ, ସମ ହସ୍ପିଟାଲ ମନସ୍ତତ୍ୱ ବିଭାଗର ମୁଖ୍ୟ ପ୍ରଫେସର ସୁରଜିତ ସାହୁ ଓ ପ୍ରଫେସର ଶୁଭେନ୍ଦୁ ନାରାୟଣ ମିଶ୍ର ମଧ୍ୟ ଏହି ସେମିନାରରେ ବକ୍ତବ୍ୟ ରଖିଥିଲେ ।
ସରକାରୀ ସ୍ତରରେ ମଦ୍ୟପାନର ମନ୍ଦ ପ୍ରଭାବକୁ ପ୍ରତିହତ କରିବା ନିମନ୍ତେ ପଦକ୍ଷେପର ଆବଶ୍ୟକତା ଥିବାବେଳେ ସରକାର ଏହାର ପ୍ରଚଳନ ଦ୍ୱାରା ଅଧିକ ଟିକସ ଆଦାୟ କରିବାକୁ ଉଦ୍ଦେଶ୍ୟ ରଖିବା ଦ୍ୱାରା ଜନ ସ୍ୱାସ୍ଥ୍ୟ କ୍ଷତିଗ୍ରସ୍ତ ହେଉଛି ବୋଲି ଡ. ରାଜୁ କହିଥିଲେ ।
ଗୁଜରାଟ, ବିହାର, ନାଗାଲ୍ୟାଣ୍ଡ ଓ ମଣିପୁର ଭଳି ୪ଟି ରାଜ୍ୟ ତଥା ଲାକ୍ଷାଦ୍ୱୀପରେ ମଦ୍ୟପାନକୁ ସଂପୂର୍ଣ୍ଣ ବା ଆଂଶିକ ଭାବେ ବନ୍ଦ କରାଯାଇଥିବା ପ୍ରକାଶ କରି ଡ.ରାଜୁ କହିଥିଲେ ଯେ ଜାତୀୟ ସ୍ତରରେ ଏକ ନିର୍ଦ୍ଦିଷ୍ଟ ପଲିସି ନଥିବାରୁ ଏ ବିଷୟରେ କେନ୍ଦ୍ର ଓ ରାଜ୍ୟ ସରକାର ଗୁଡିକ ମଧ୍ୟରେ ମତଭେଦ ସୃଷ୍ଟି ହେଉଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...