ମନୋରମା ମହାନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭୁବନେଶ୍ୱର: ଡ. ମନୋରମା ମହାନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ଗୁଜରାଟ ଅହମଦାବାଦସ୍ଥିତ ପାଣିପାଗ କେନ୍ଦ୍ର ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଡ. ମହାନ୍ତିଙ୍କୁ (ବୈଜ୍ଞାନିକ-ଏଫ୍) ଗ୍ରେଡ୍କୁ ପଦନ୍ନୋତି ସହ ଏହି ନୂତନ ନିଯୁକ୍ତି ମିଳିଛି। ଏନେଇ ଶୁକ୍ରବାର କେନ୍ଦ୍ର ପୃଥ୍ବୀବିଜ୍ଞାନ ମନ୍ତ୍ରଳାୟ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଓଡ଼ିଶା ଜନ୍ମିତ ଡ. ମହାନ୍ତି ଦୀର୍ଘ ଦିନ ହେବ ଗୁଜୁରାଟ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ କାର୍ଯ୍ୟ କରୁଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ହାସଲ ପରେ ସେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି)ରେ ଯୋଗ ଦେଇଥିଲେ।
ଓଡ଼ିଶା ଜନ୍ମିତ ଡ. ମହାନ୍ତି ଦୀର୍ଘ ଦିନ ହେବ ଗୁଜୁରାଟ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ କାର୍ଯ୍ୟ କରୁଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ହାସଲ ପରେ ସେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି)ରେ ଯୋଗ ଦେଇଥିଲେ।