Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ଗତି ଉତର ପଶ୍ଚିମ ମୁହାଁ ହେବା ସମ୍ଭାବନା ଥିବା ବେଳେ ଶନିବାର ପୂର୍ବାହ୍ଣ ସୁଦ୍ଧା ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଦକ୍ଷିଣ ଏବଂ ପଶ୍ଚିମ ଅଂଚଳରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଶୁକ୍ରବାର ରାତିରୁ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟ।। ଜାରି ରହିବ । ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।
ଆସନ୍ତା ମଙ୍ଗଳବାର ଠାରୁ ଉତର ଓଡ଼ିଶା ଏବଂ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଉତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ଆଗାମୀ ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...