
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି।
ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଜନିତ ମେରୁଦଣ୍ଡ ସର୍ଜରୀ ହୋଇଥିଲା। ପ୍ରଧାନମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କର ଶୀଘ୍ର ଓ ସମ୍ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭକାମନା ଜଣାଇଥିଲେ।
ସେହିପରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ ଏବଂ କଂଗ୍ରେସ ସାଂସଦ ଶଶି ଥରୁର ମଧ୍ୟ ନବୀନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଥିଲେ।