Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଅଙ୍ଗନବାଡି କର୍ମୀଙ୍କ ପାଇଁ ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ପ୍ରୋତ୍ସାହନ ରାଶି

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡୀ କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

୧. ଅଙ୍ଗନବାଡୀ କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡୀ କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡୀ ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡୀ କର୍ମୀ ଉପକୃତ ହେବେ ।

ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...