Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପ୍ରବାଦ ପୁରୁଷ ବିଜୁବାବୁଙ୍କୁ ଝୁରିଲା ଓଡିଶା

ଭୁବନେଶ୍ୱର: ମନେ ପଡ଼ନ୍ତି ବିଜୁ ବାବୁ । ଝଡ଼ର ଇଗଲଙ୍କୁ ଝୁରୁଛି ଓଡ଼ିଶା । ଇତିହାସ ଯେତିକି ପଢ଼ିଥିଲେ, ତାହାଠାରୁ ଅଧିକ ଇତିହାସ ରଚିଥିଲେ ପ୍ରବାଦ ପୁରୁଷ ଦ ଟଲ୍ ମ୍ୟାନ୍ ବିଜୁ ପଟ୍ଟନାୟକ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଜାତିର ସ୍ବାଭିମାନ ବିଜୁ ବାବୁ । ସେ ଦେଖାଇଥିବା ମାର୍ଗ ଏବେ ଓଡ଼ିଶାକୁ ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି । ତାଙ୍କ ନୀତି ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା ପାଇଁ ଅନୁପ୍ରାଣିତ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ସେପଟେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ନେଇ ରାଜଧାନୀରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଫରେଷ୍ଟ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମେୟର ସୁଲୋଚନା ଦାସ, ବିଧାୟକ ସୁଶାନ୍ତ ରାଉତ, ବିଜେଡି ନେତା ସଞ୍ଜୟ ଦାସବର୍ମାଙ୍କ ସହ ଦଳୀୟ କର୍ମୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଓଡ଼ିଶା ମୋ ପରିବାର ପକ୍ଷରୁ ପ୍ରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...