Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଯାଜପୁର ପୋୖରାଞ୍ଚଳ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଯାଜପୁର:  ଯାଜପୁର ପୌରପାଳିକା ନିର୍ବାଚନ ପାଇଁ ବିଜେଡି କାଉନସିଲର ଓ ପୌରାଧ୍ୟକ୍ଷ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି । କାଳୀମେଘାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଏହି ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ।

ରଞ୍ଜୁଲତା ହୋତା  ବିଜେଡି ର ପୌରାଧ୍ୟକ୍ଷ ପ୍ରାର୍ଥୀ ହୋଇଥିବା ବେଳେ ୧୮ଟି ୱାର୍ଡରେ ୯ ଜଣ ମହିଳା ଓ ୯ ଜଣ ପୁରୁଷ ପ୍ରାର୍ଥୀ ହୋଇଛନ୍ତି। ୨ ଜଣ ପୁରୁଣା ମୁହଁ ହୋଇଥିବା ବେଳେ ୧୬ ଜଣ ପାର୍ଥୀ ନୂଆ କରି ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ତେବେ ନିଜ ନିଜ ୱାର୍ଡର ସମସ୍ୟାକୁ ସମାଧାନ କରିବା ସହ ୱାର୍ଡର ଉନ୍ନତି କରିବାକୁ ଆଶାୟୀ ପ୍ରାର୍ଥୀମାନେ ଲକ୍ଷ ରଖିଛନ୍ତି । ଦଳୀୟ ଟିକେଟ ମିଳିବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଆଶାୟୀ ପ୍ରାର୍ଥୀମାନେ ଧନ୍ୟବାଦ ଜଣାଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...