Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ଅବିବାହିତ ଝିଅ ସହ ଏବେ ବିବାହିତା ଝିଅ ବି ସାମିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ କର୍ମଚାରୀଙ୍କ ମୃତୁ୍ୟ ହେଲେ ଏଣିକି ବିବାହିତା ଝିଅଙ୍କୁ ଚାକିରି ଏକ ଐତିହାସିକ ନିଷ୍ପତ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତ ବ୍ୟକ୍ତ କରିଛନ୍ତି ।

ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଝିଅମାନଙ୍କୁ ତାଙ୍କର ପ୍ରକୃତ ଅଧିକାର ଓ ସମ୍ମାନ ପ୍ରଦାନ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି । ସାମାଜିକ ଗଣମାଧ୍ୟମ ‘ଏକ୍ସ’ ରେ ଟୁଇଟ କରି ନିଷ୍ପତିକୁ ସ୍ୱାଗତ କରୁଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବ୍ୟକ୍ତ କରିଛନ୍ତି ।
ଆଜି ରାଜ୍ୟ କ୍ୟାବିନେଟରେ ଓଡ଼ିଶା ବେସାମରିକ ସେବା ପୁନର୍ବାସ ସହାୟତା ନିୟମାବଳୀରେ ସଂଶୋଧନ କରାଯାଇଛି । ସଂଶୋଧିତ ନିୟମାବଳୀ ଅନୁଯାୟୀ ବର୍ତ୍ତମାନ ସରକାରୀ କର୍ମଚାରୀଙ୍କ ମୃତୁ୍ୟ ହେଲେ ତାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ ଓ ସାବତ ଝିଅଙ୍କୁ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ମିଳିବ । ପୂର୍ବରୁ ଏହି ନିୟମରେ କେବଳ ଅବିବାହିତ ଝିଅଙ୍କୁ ନିଯୁକ୍ତି ସୁଯୋଗ ମିଳୁଥିଲା । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ହୋଇଥିବା ଏହି ନିଷ୍ପତ୍ତି ଝିଅମାନଙ୍କୁ ତାଙ୍କର ପ୍ରକୃତ ଅଧିକାର ପ୍ରଦାନ କରିବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି ।...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...