Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାପ ଖେଳିଲେ ମହାପ୍ରଭୁ

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଆଜିଠୁ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ଦୀର୍ଘ ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଜଳକ୍ରୀଡା କରିଛନ୍ତି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁପାଣ୍ଡବ । ପ୍ରବଳ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳା ଅନୁଷ୍ଠିତ ହୋଇଛି ।

ପୂର୍ବରୁ ମହାପ୍ରଭୁଙ୍କ ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ସଜ୍ଜୀତ ହୋଇ ରହିଥିଲେ ନନ୍ଦା ଓ ଭଦ୍ରା । ସୁସଜ୍ଜୀତ ନୌକାରେ ବିଜେ କରିଥିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ଆଜିଠାରୁ 21ଦିନ ଧରି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହୋଇଥିବାବେଳେ ଚାପ ଡଙ୍ଗାରେ ବିଜେ କରି ଜଳକ୍ରୀଡା କରିଛନ୍ତି ମହାପ୍ରଭୁ । ପ୍ରବଳ ଗ୍ରୀଷ୍ମ ପ୍ରବାହ ରୁ ରକ୍ଷା ପାଇବା ପାଇଁ ଏହି ଜଳକ୍ରୀଡା ମାଧ୍ୟମରେ ମହାପ୍ରଭୁଙ୍କ ମାନବୀୟ ଲୀଳା ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି ।

କରୋନା କଟକଣା ହଟିଥିବାରୁ ଭକ୍ତ ଓ ଶ୍ରଦ୍ଧାଳୁ ଆନନ୍ଦ ଉତ୍ସାହର ସହ ଏହି ଗନ୍ଧ ଯାତ୍ରାରେ ସାମିଲ ହୋଇ ଦର୍ଶନ କରି ନିଜକୁ ଧନ୍ୟ ମନେକରିଛନ୍ତି । ଭକ୍ତଙ୍କ ପ୍ରବଳ ସମାଗମ ମଧ୍ୟ ହୋଇଛି  । ମହାପ୍ରଭୁଙ୍କୁ ଚାପକ୍ରୀଡ଼ା ଦେଖିବାକୁ ଧାଇଁ ଆସିଛନ୍ତି ଶହ ଶହ ଶ୍ରଦ୍ଧାଳୁ  । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ , ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।...