Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଅସ୍ତରଙ୍ଗର ତଣ୍ତାଘର ଅଞ୍ଚଳକୁ ସମୁଦ୍ରପାଣି ପ୍ରବେଶ ରୋକିବାକୁ ହେବ କିଆବାଡ ବ୍ୟବସ୍ଥା

ପୁରୀ: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପୁରୀ ଗସ୍ତରେ ଆସି ଜିଲ୍ଲାରେ ଚାଲିଥିବା ବନୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପୁରୀ ଏକ ଉପକୂଳବର୍ତ୍ତି ଜିଲ୍ଲା ହୋଇଥିବାରୁ ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ବୃକ୍ଷରୋପଣ ନିମନ୍ତେ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି । ଅସ୍ତରଙ୍ଗ ଓ କାକଟପୁର ସମେତ ଜିଲ୍ଲାର ସମସ୍ତ ସମୁଦ୍ର କୂଳିଆ ଅଞ୍ଚଳ, ବନଖଣ୍ତ-ଅଭୟାରଣ୍ୟ, ପୁରୀ- କୋଣାର୍କ ମେରାଇନ ଡ୍ରାଇଭ ରୋଡ,ନୂଆ ମୁହାଣ ଅଞ୍ଚଳ, ପୁରୀ- ସାତପଡା ଓ ଜାତୀୟ ରାଜପଥ ଏବଂ ଜିଲ୍ଲାର ଅନ୍ୟାନ୍ୟ ସହରାଞ୍ଚଳରେ ବୃକ୍ଷରୋପଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବର, ଅଶ୍ବସ୍ତ, ଆକାଶିଆ, କାଜୁ ଓ ଝାମୁ ଗଛ ଲଗାଇବା, ମୃତ୍ତିକା କ୍ଷୟ ରୋକିବା, ବାଲିବନ୍ଧ ସୁରକ୍ଷା ଏବଂ ଅସ୍ତରଙ୍ଗର ତଣ୍ତାଘର ଅଞ୍ଚଳକୁ ସମୁଦ୍ରପାଣି ପ୍ରବେଶ ରୋକିବା ନିମନ୍ତେ କିଆବାଡ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟପକ୍ଷରେ ଗତବର୍ଷ ଜିଲ୍ଲାରେ ୧୭୮୩୭୫ଟି ଚାରାରୋପଣ ସହ ୧୪୬୦୦ ଚାରା ବଣ୍ଟନ କରାଯାଇଛି । ଆସନ୍ତା ଆର୍ଥିକ ବର୍ଷରେ ୭୭୧.୧ ହେକ୍ଟର ଅଞ୍ଚଳରେ ୬୮୫୨୫୦ ଚାରା ରୋପଣ ନିମନ୍ତେ ଲକ୍ଷ ରଖାଯାଇଥିବା ଜିଲ୍ଲା ବନଖଣ୍ତ ଅଧିକାରୀ ସୂଚନା ଦେଇଥିଲେ ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଡିଏଫ୍ଓ ଶ୍ରୀ ପି. ର‍ମାସ୍ବାମୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ପ୍ରଶାନ୍ତ କୁମାର ଦାସ, ୱାଟକୋ ଜେନେରାଲ ମ୍ୟାନେଜର ଶ୍ରୀ ଶରତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...