Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୧୦ଦିନରେ ପ୍ରସ୍ତୁତ କର କୋଭିଡ ହସ୍ପିଟାଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ଆଜି କୋଭିଡ ସ୍ଥିତି ସମୀକ୍ଷା କରି ଏହି ସେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ । ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥା କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା  ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ (Treatment Protocol) ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।

ପୋଲିସ ଡିଜି ଶ୍ରୀ ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାର (Indoor ଓ Outdoor)ରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ। ଯେଉଁ ପଦକ୍ଷପ ଦ୍ବାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ । ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ  ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...