Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ

ଭୁବନେଶ୍ଵର 31/24: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ ।

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନା ର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରିବେ ।
ପୁରସ୍କାର ବାବଦ ରେ ତାଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ ।
ଡକ୍ଟର ପଟ୍ଟନାୟକ ଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି ।

ଭାରତ ର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ । ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି ।
ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନିତ ହୋଇଛନ୍ତି ।
ଓଡ଼ିଆ ଭାଷା କୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକ ଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ ।
ଭାରତୀୟ ଭାଷା ପରିଷଦ ର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କ ନାମ କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...