Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଆ ପଟ୍ଟଚିତ୍ର

ଭୁବନେଶ୍ୱର: ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଆ ପଟ୍ଟଚିତ୍ର।ତିନି ଦିନିଆ ବିଦେଶ ଯାତ୍ରାର ଦ୍ୱୀତିୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କରେ ପହଞ୍ଚିଛନ୍ତି।  ଏହି ଅବସରରେ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ପିଏମ ମୋଦୀଙ୍କୁ ଏକ ପଟ୍ଟଚିତ୍ର ଦେଖାଇଥିଲେ । ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡିକ୍ସନ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଖାଇଥିଲେ ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ।

ଏହାସହ ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ଯ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...