Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ନକଲି ଭୋଟର ସାବଧାନ, ଡବଲ ଭୋଟ ଦେଇ ଧରପଡିଲେ ହେବ କଡା କାର୍ଯ୍ୟନୁଷ୍ଠାନ

ଭୁବନେଶ୍ୱର:  କାଲି  ପୌର ଭୋଟ୍। ନିର୍ବାଚନ ନେଇ ରାଜ୍ୟନିର୍ବଚନ କମିଶନଙ୍କ ପକ୍ଷରୁ‌  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅଧିକାଂଶ ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚି ସାରିଛନ୍ତି। ବାକି ପୋଲିଂ ପାର୍ଟି ଆଜି ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ ।

କମିଶନ  କହିଛନ୍ତି , ଶାନ୍ତି ଶୃଙ୍ଖଳାର ସହିତ ଭୋଟ୍ ଗ୍ରହଣ ଲାଗି ୧୯୫ଟି ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଛନ୍ତି। ମୋବାଇଲ ପାର୍ଟିର ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ୧୧୫ଟି ବୁଥ୍ ଅତି ସମ୍ବେଦନଶୀଳ ରହିଛି। ଏଥିପାଇଁ ଭିଡିଓଗ୍ରାଫି ବ୍ୟବସ୍ଥା କରାଯାଇଛି। ସେହିପରି କିଛି ସ୍ଥାନରେ ଟଙ୍କା ବାଣ୍ଟିବା ନେଇ ଖବର ଆସିଛି । ଏନେଇ ଆମେ ଅବଗତ ଅଛୁ । ଜିଲ୍ଲା ପ୍ରଶାସନକୁ ଘଟଣାର ତଦନ୍ତ କରି ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ନକଲି ଭୋଟର୍ ସାବଧାନ୍। ପଞ୍ଚାୟତରେ ଭୋଟ୍ ଦେଇ ପୌରଞ୍ଚଳରେ ଭୋଟ୍ ଦେଉଥିଲେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ନକଲି ଭୋଟର ସମ୍ପର୍କରେ  ସଠିକ ଖବର ଆସିଲେ କାର୍ଯ୍ୟନୁଷ୍ଠାନ ନିଆଯିବ  ବୋଲି କହିଛନ୍ତି ରାଜ୍ୟନିର୍ବାଚନ କମିଶନ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...