Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଗୌରହରି ଦାସ ପାଇବେ ୪୩ତମ ଶାରଳା ପୁରସ୍କାର

ଭୁବନେଶ୍ୱର, ୧୯/୯: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ
‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବାକୁ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର
ହୋଇଛି । ୨୦୧୮ ମସିହାରେ ଟାଇମ୍‍ପାସ୍‍ ପବ୍ଲିକେଶନ୍‍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ
ଏହି ସମ୍ମାନ ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ,
ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ ।
ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା
‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୨ ମସିହା ପାଇଁ ଘୋଷିତ ହୋଇଛି । ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର ଶ୍ରୀ
ପ୍ରଫୁଲ୍ଲ ମହାନ୍ତି ଏବଂ ପ୍ରସିଦ୍ଧ ଓଡ଼ିଶୀ ସଙ୍ଗୀତସାଧକ ଗୁରୁ ଶ୍ରୀ ଘନଶ୍ୟାମ ପଣ୍ଡାଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ ।
ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନର ପରମ୍ପରା ରହିଛି ।
ଏଠାରେ ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର
କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା
ପୁରସ୍କାର ୪୩ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି । ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି
ଗୌରବମୟ ପରମ୍ପରାରେ ସାମିଲ ହୋଇଛି । ଇମ୍ପାକ୍ଟର ଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି \”ଏକଲବ୍ୟ ପୁରସ୍କାର\’,
ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...