Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବିଧାନସଭାରେ ରାଜ୍ୟପାଳ ରଖିଲେ ବିକାଶର ଗୋଲାପି ଚିତ୍ର

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ଦେଇଛନ୍ତି। ଅଭିଭାଷଣରେ ରାଜ୍ୟପାଳ କହିଛନ୍ତି ଯେ, ରାଜ୍ୟରେ ପ୍ରତି ଲୋକକୁ ଉନ୍ନତ ମାନର ସ୍ଵାସ୍ଥ୍ୟ ସେବା ଦିଆଯାଉଛି। ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣାରେ ସେବା ଦିଆଯାଉଛି। କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି। କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି। କରୋନା ଟେଷ୍ଟିଂ ପାଇଁ ବ୍ଲକ ସ୍ତରରେ ବ୍ୟବସ୍ଥା କରାଯାଇଛି।

୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶୃତିବଦ୍ଧ ଅଛନ୍ତି। ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏବେ ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇପାରିଛି। କୋଭିଡରେ ଲୋକଙ୍କୁ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି। କର୍ମ ସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି।

ଚାଷୀମାନଙ୍କୁ କାଳିଆ ଯୋଜନାରେ ସହାୟତା ଯୋଗାଇ ଦିଆଯାଇଛି। ୨୦୨୧-୨୨ ବର୍ଷରେ ଡ଼ିସେମ୍ବର ୨୦୨୧ ସୁଦ୍ଧା ୫୭ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ ଚାଷୀ ପରିବାରକୁ ଏହି ସହାୟତା ଯୋଗାଇ ଦିଆଯାଇଛି । ମୋ ସରକାର ସମବାୟ ବ୍ୟାଙ୍କ୍ ଜରିଆରେ କ୍ଷୁଦ୍ର, ନାମମାତ୍ର, ଭୂମହୀନ, ଭାଗଚାଷୀ, ପ୍ରକୃତ ଚାଷୀ ଏବଂ ଗ୍ରାମ୍ୟ ମହିଳାଙ୍କ ୩୩, ୪୧୬ଟି ଯୁଗଦେୟ ଗୋଷ୍ଠୀଙ୍କୁ ୨୧୯ କୋଟି ଟଙ୍କା ଋଣ ଯୋଗାଇ ଦେଇଛନ୍ତି ।

‘କାଳିଆ’ ଯୋଜନାରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ନିମନ୍ତେ ସୁଧହାର ୧ ପ୍ରତିଶତରୁ ‘ଶୂନ’ ପ୍ରତିଶତ କରାଯାଇଛି। ଯାହାଦ୍ୱାରା ୨୦୧୯-୨୦ ବର୍ଷରେ ସେଗୁଡ଼ିକ ସୁଧମୁକ୍ତ ଫସଲ ଋଣରେ ପରିଣତ ହୋଇପାରିଛି । ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୫୦ ହଜାର ଟଙ୍କାରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବର୍ତ୍ତମାନ ମାତ୍ର ୨ ପ୍ରତିଶତ ସୁଧହାରରେ ଯୋଗାଇ ଦିଆଯାଉଛି ।

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତି ପୂର୍ଣ୍ଣ ଅଛି । ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲ୍ଲା ସଂଖ୍ୟା ବର୍ତ୍ତମାନ ୨୧ରୁ ୧୦ରେ ପହଞ୍ଚିଥିବା କହିଛନ୍ତି ସରକାର । ଏହା ସହ ସରକାରଙ୍କ ସଫଳତା ରାଜ୍ୟ ସରକାରଙ୍କ ମୁହଁରେ ବଖାଣିଛନ୍ତି। ଯେମିତି କି ସ୍ୱାସ୍ଥ୍ୟ (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଓ ଟୀକା କରଣ), ରାସ୍ତା ମରାମତି ଓ ନିର୍ମାଣ, ରେଳ, ବନ୍ଦର, ବିମାନ, ବିଦ୍ୟୁତ, ଶ୍ରମିକ ଉନ୍ନତି, ନରେଗା, ପିଇବା ପାଣି,(2024 ସୁଦ୍ଧା ସବୁ ଘରକୁ ପାଇପ ଯୋଗେ ପିଇବା ପାଣି) ପକ୍କା ଘର ମରାମତି ପାଇଁ ଆର୍ଥକ ସହାୟତା, ଶିକ୍ଷା ର ଉନ୍ନତି(ସ୍କୁଲ ର ରୂପାନ୍ତରିକରଣ) କୃଷି କ୍ଷେତ୍ରର ଉନ୍ନତି(କାଳିଆ ଓ ବଳରାମ),ଜାଗା ମିଶନ 2974 ବସ୍ତି କୁ ବିଜୁ ଆଦର୍ଶ କଲୋନୀ ରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ସ୍ୱୟଂ ସହାୟକ ଗୋଷ୍ଠୀ କୁ ରିହାତି ମୂଲ୍ୟ ରେ ଋଣ ପ୍ରଦାନ ଓ ବ୍ୟବସାୟ ଯୋଗାଇ ଦେବା, କୋଭିଡ ରେ ଅନାଥ ପିଲାଙ୍କୁ ଆର୍ଶୀବାଦ ଯୋଜନାରେ ସାମିଲ କରିବା,ଆଦର୍ଶ ବରପୁତ୍ର ଗ୍ରାମ’ ପ୍ରତିଷ୍ଠା ପାଇଁ ୧୧୭ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ଗୋଟିଏ ତାଲିକା ସଂକଳିତ ହୋଇଛି । ଲୋକୟୁକ୍ତର ସଫଳତା (2019 ରୁ 2021 ମଧ୍ୟରେ 3331 ଟି ମାମଲା ରୁ 2949 ମାମଲାର ଫଇସଲା ହୋଇଛି)ବିଷୟରେ ବିସ୍ତୃତ ଭାବେ ରାଜ୍ୟପାଳଙ୍କ ମୁହଁରେ ବଖାଣିଛନ୍ତି ରାଜ୍ୟ ସରକାର ।

2021 ମସିହାରେ ଅନେକ ଆହ୍ୱାନ ସତ୍ତ୍ୱେ ସରକାର ରାଜ୍ୟରେ ବିକାଶ ଯାତ୍ରା ଅବ୍ୟାହତ ରଖିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...