Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫/୦୭: ଉତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଯୋଗୁଁ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର
(ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଆରବସାଗର ଏବଂ ବଙ୍ଗୋପ ସାଗର ଆଡୁ ଅନୁକୂଳ ମୌସୁମୀ ପ୍ରବାହ ଯୋଗୁଁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସାମାନ୍ୟରୁ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା ଥିବା ବେଳେ ଜୁଲାଇ ୮ ତାରିଖ ବେଳକୁ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସିଇସି ପକ୍ଷରୁ କୁହାଯାଇଛି । ଏହି ସମୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଅଂଚଳଗୁଡ଼ିକରେ ଜୁଲାଇ ୨୦ ତାରିଖ ପର୍ଯ୍ୟନ୍ତ ସାମାନ୍ୟରୁ ପ୍ରବଳ ବର୍ଷା ଜାରି
ରହିବ ବୋଲି ସିଇସି ସୂଚନା ଦେଇଛି । ସେହିପରି ଜୁଲାଇ ୧୧ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପ ସାଗରରେ ତୃତୀୟ ଥର ପାଇଁ ଲଘୁଚାପ ସୃଷ୍ଟି ହେବା ସହ ଜୁଲାଇ ୧୩ ତାରିଖ ସୁଦ୍ଧା ଏହା ଗଭୀର ଅବପାତର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ମୂଶଳ ଧାରାରେ (୨୦ ସେମି ରୁ ଅଧିକ) ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ମହାନଦୀ, ବଂଶଧାରା ଏବଂ ଋଷିକୁଲ୍ୟା ନଦୀର କ୍ୟାଚ୍‌ମେଂଟ ଅଂଚଳରେ ଏହି ବର୍ଷା ହେବାର ସମ୍ଭାବନା ରହିଛି । ଜୁନ୍ ମାସରେ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଜୁଲାଇ ମାସର ବର୍ଷା ଏହି ଅଭାବକୁ ପୂରଣ କରିଥିଲେ । ଜୁଲାଇ ୧୨ ରୁ ୧୫ ମଧ୍ୟରେ କୃଷକମାନେ ଧାନଫସଲ ରୋପଣ କରିପାରିବେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...