Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶ କରିବାକୁ ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି ।

ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...