Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୫୦ବର୍ଷୀୟ ମହିଳାଙ୍କ ପେଟରୁ ବାହାରିଲା ସାଢ଼େ ୧୦ କେଜିର ଟ୍ୟୁମର

ଭୁବନେଶ୍ୱର୨୦/୧: ୫୦ ବର୍ଷୀୟ ଜଣେ ମହିଳାଙ୍କ ପେଟରୁ ବାହାରିଲା ୧୦.୫ କେଜି ଓଜନର ଟ୍ୟୁମର। ଏହାକୁ ଅସ୍ତ୍ରୋପଚାର କରି ବାହାର କରିବାରେ ସଫଳ ହୋଇଛନ୍ତି ସମ୍‌ ହସ୍ପିଟାଲର ସର୍ଜନ । କଳାହାଣ୍ଡି ଅଂଚଳର ୫୦ ବର୍ଷିୀୟା ମହିଳାଙ୍କ ପେଟରେ ଏହି ଟ୍ୟୁମର ସୃଷ୍ଟି ହୋଇଥିବା ବେଳେ ସଫଳତାର ସହ ଏହାକୁ ବାହାର କରିପାରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ସର୍ଜିକାଲ ଅଙ୍କୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ସଂଗ୍ରାମ କେଶରୀ ପଣ୍ଡା ଓ ତାଙ୍କ ଟିମ୍‌ । ଦୀର୍ଘ ଦୁଇ ବର୍ଷ ଧରି ମହିଳା ଜଣଙ୍କର ପେଟ ଅସ୍ୱାଭାବିକ ଭାବେ ଫୁଲି ରହିଥିବା ବେଳେ ସେ ଠିକ୍‌ ଭାବରେ ଚଲାବୁଲା ମଧ୍ୟ କରି ପାରୁନଥିଲେ ।

ଅନେକ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଯାଇ ନିରାଶ ହେବା ପରେ ଶେଷରେ ସମ୍‌ ହସ୍ପିଟାଲକୁ ଆସି ଡାକ୍ତର ପଣ୍ଡାଙ୍କ ନିକଟରେ ଏହି ମହିଳା ଜଣକ ଚିକିତ୍ସା ଆରମ୍ଭ କରିଥିଲେ । ବିଭିନ୍ନ ପରୀକ୍ଷା ନିରୀକ୍ଷା ପରେ ମହିଳା ଜଣକ କର୍କଟ ରୋଗରେ ପୀଡିତ ଥିବାର ଜଣାପଡିଥିଲା ଏବଂ ତାଙ୍କ ତଳିପେଟରେ ଏକ ବଡ ଟ୍ୟୁମର ସୃଷ୍ଟି ହୋଇଥିବା ଜଣାପଡିଥିଲା ।ଏପରି ସମସ୍ୟାକୁ ଲିୟୋମାୟୋସାରକୋମା କୁହାଯାଏ ବୋଲି ଡାକ୍ତର ପଣ୍ଡା କହିଛନ୍ତି । ଏହା ଏକ ବଡ ଟ୍ୟୁମର ଥିଲା ଏବଂ ପେଟ ଭିତରେ ଅନ୍ୟ ଅଙ୍ଗ ଗୁଡିକ ସହ ମଧ୍ୟ ଏହା ଯୋଡ଼ି ହୋଇ ରହିଥଲା । ତେଣୁ ଟ୍ୟୁମରଟିକୁ ଅନ୍ୟ ଅଙ୍ଗ ଗୁଡିକ ଠାରୁ ଅଲଗା କରି ଅସ୍ତ୍ରୋପଚାର ଜରିଆରେ ବାହାର କରିବା ଖୁବ୍‌ କଷ୍ଟକର ଥିଲା ।

ତେବେ ଅତ୍ୟନ୍ତ ଯତ୍ନ ଓ ସତର୍କତାର ସହ ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ଡାକ୍ତର ପଣ୍ଡା କହିଛନ୍ତି । ଏଭଳି ସମସ୍ୟା ଆରମ୍ଭରୁ ଜଣାପଡେ ନାହିଁ ଏବଂ ପରବର୍ତ୍ତୀ ଅବସ୍ଥାରେ ଏହା ଗୁରୁତର ହୋଇ ଉଠିଥାଏ । ତେଣୁ ଆମେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ କରିଛୁ ଏବଂ ରୋଗୀ ଜଣକ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ଡାକ୍ତର ପଣ୍ଡା କହିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଅସ୍ତ୍ରୋପଚାର କରାଯାଇଛି । ଡାକ୍ତର ପଣ୍ଡାଙ୍କ ସମେତ ଅସ୍ତ୍ରୋପଚାର ଟିମରେ ନିଶ୍ଚେତକ ବିଭାଗର ମୁଖ୍ୟ ପ୍ରଫେସର ଶାଶ୍ୱତ ପଟ୍ଟନାୟକ ଓ ସର୍ଜିକାଲ ଅଙ୍କୋଲୋଜି ବିଭାଗର ଡାକ୍ତର ସି. ପ୍ରଥମେଶ ଏବଂ ଡାକ୍ତର କେ. ବିକାଶ ପ୍ରମୁଖ ସାମିଲ୍‌ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...