Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଫେବୃୟାରୀ ୧ ରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ୱର: ଫେବୃୟାରୀ ୧ ତାରିଖରୁ ଖୋଲିବ ଶ୍ରୀମନ୍ଦିର। କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ହେବ ବୋଲି ଛତିଶା ନିଯୋଗ ବୈଠକରେ ଆଜି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ରହିଥିବାରୁ ଶ୍ରୀମନ୍ଦିର ଖୋଲିବା ପାଇଁ ସର୍ବସମ୍ମତ ପ୍ରସ୍ତାବ ବୈଠକରେ ରଖାଯାଇଥିଲା। ପ୍ରତ୍ୟକ ରବିବାର ଦର୍ଶନ ବନ୍ଦ ରହିବ। ସେହି ଦିନ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ। ବିଶେଷ ପର୍ବ ପର୍ବାଣୀ ଗୁଡିକରେ ଶ୍ରୀମନ୍ଦିରରେ ଅତ୍ୟଧିକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ବନ୍ଦ ରହିବ। ବାହାରୁ ଆସୁଥିବା ଭକ୍ତ ମାନେ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଓ ପୁରୀ ପୋରାଞ୍ଚଳ ବାସିନ୍ଦା ମାନେ ପଶ୍ଚିମ ଦ୍ଵାର ଦେଇ ପ୍ରବେଶ କରିବେ।

ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ ଅଥବା କୋଭିଡ ଟୀକା ଡବଲ ଡୋଜ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ପୂର୍ବ ପରି ଭୋର ସାଢେ ପାଞ୍ଚଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। କିନ୍ତୁ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ଏସ ଓପି ଜାରୀ କରାଯିବ। ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ଛତିଶା ନିଯୋଗ ପ୍ରତିନିଧି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାନେ ସାମିଲ ହୋଇଥିଲେ। 

ତେବେ ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ, ସମସ୍ତ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦେବା ନେଇ ଉଦ୍ୟମ ଜାରି ରହିଛି । ଏବେ ପର୍ଯ୍ୟନ୍ତ ୨୫୦ରୁ ଅଧିକ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦିଆ ସରିଲାଣି । କରୋନା କଟକଣା ମଧ୍ୟରେ ମନ୍ଦିର ଖୋଲିବ । ଏଥିସହିତ ପୂର୍ବ ଭଳି ରବିବାର ମନ୍ଦିର ବନ୍ଦ ରହିବ ବୋଲି କହିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...