Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଖୋଲିବ ଶ୍ରୀମନ୍ଦିର, ଦେଖନ୍ତୁ କେମିତି ଜାଗାକୁ ଦର୍ଶନ କରିବେ, ସାଥିରେ କଣ ନେବେ

ଭୁବନେଶ୍ୱର: ରାତି ପହିଲେ ଖୋଲିବ ଶ୍ରୀମନ୍ଦିର। ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଛି SOP। ମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁସାରେ ଦୈନିକ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଖୋଲା ରହିବ। ସାନିଟାଇଜେସନ ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ସହ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ । ନଚେତ ୯୬ ଘଣ୍ଟା ମଧ୍ୟରେ ହୋଇଥିବା କରୋନା ଟେଷ୍ଟ ନେଗେଟିଭ ରିପୋର୍ଟ ସାଥିରେ ନେବେ। ଗେଟ ପାଖରେ ଥିବା କାଉଣ୍ଟ ରରେ ପ୍ରବେଶ କରିବା ସମୟରେ ଦେଖାଇବେ। ସାଥିରେ ନକଲ ବା ଜେରକସ କପି ନେଇ ଥିବେ ତାହେଲେ ପ୍ରବେଶ ପାଇଁ ସୁବିଧା ହେବ। ସବୁ ଶ୍ରଦ୍ଧାଳୁ ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ମାନିବା ବଜାୟ ରଖିବାକୁ ଗାଇଡ୍‌ଲାଇନ୍‌ରେ କୁହାଯାଇଛି।

ଶ୍ରୀମନ୍ଦିର ଖୋଲିବା ନେଇ ଗତ ୨୮ ତାରିଖରେ ଘୋଷଣା କରିଥିଲେ ପୁରୀ ଜିଲ୍ଲାପାଳ। ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...