Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି।
ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ  କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ  ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...