Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କୁଲତା ସମାଜ ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର ୨୧/୭: ଗାଁ ରେ ଟେଲି ଫୋନ ଟାୱାର ନଥିବା ରୁ ଗୃହରେ ଉଦବେଗ । ଉଭୟ ଶାସକ ଓ ବିରୋଧୀଙ୍କ ଦାବି ବର୍ତ୍ତମାନ ଟେକ୍ନୋଲୋଜି ର ସମୟ ହୋଇଥିବା ରୁ ଅଧିକ...