Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଜୁଲାଇ ତୃତୀୟ ସପ୍ତାହରେ ଆସୁଛି ଲଘୁଚାପ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୋମବାର ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି ।
ପରିବେଶରେ ପର୍ଯ୍ୟାପ୍ତ ପରିମାଣର ଜଳୀୟ ବାଷ୍ପ ରହିଥିବାରୁ ଏବଂ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଗୁଳୁଗୁଳି ଯୋଗୁଁ ମୌସୁମୀ ଦୁର୍ବଳ ହୋଇ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି ବୋଲି ଏଥିରେ କୁହାଯାଇଛି ।
ତେବେ ଜୁଲାଇ ୧୮ରେ ଉତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ସେହି ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ଧୀରେ ଧୀରେ ଘନୀଭୂତ ହୋଇ ଜୁଲାଇ ୨୦ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି ।
ଏହାର ପ୍ରଭାବରେ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ଉତର-ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...