Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପରଲୋକରେ ମିହିର ଦାଶ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଅଭିନେତା ମିହିର ଦାସ । କିଛି ଦିନ ଧରି ଅସୁସ୍ଥ ରହିବା ପରେ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମଙ୍ଗଳବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ଅବନତି ଘଟିଥିଲ। ଶେଷରେ ଡାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ 63 ବର୍ଷ ହୋଇଥିଲା।

କିଡନୀ ସଂକ୍ରମଣ ଯୋଗୁଁ ତାଙ୍କୁ ଡିସେମ୍ବର ୭ ତଟିଖରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ସେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,‘ଟାର୍ଗେଟ୍‌’, ‘ଗୁଣ୍ଡା’, ‘ମାଇଁ ଲଭ୍‌ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍‌’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...