Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଇସ୍ତଫା ଦେଲେ ମହମ୍ମଦ ମୋକ୍କୀମ

ଭୁବନେଶ୍ୱର : କଂଗ୍ରେସ ବିଧାୟକ ମହମ୍ମଦ ମୋକ୍କୀମଙ୍କ ଇସ୍ତଫା। କଂଗ୍ରେସ ବିଧାୟକ ଦଳ ସମ୍ପାଦକ ପଦବୀରୁ ବିଧାୟକ ମହମ୍ମଦ ମୋକିମ୍ ଆଜି ଇସ୍ତଫା ଦେଇଛନ୍ତି । ପୂର୍ବରୁ ବିଧାୟକ ଦଳ ପଦରୁ ବିଧାୟକ ତାରାପ୍ରସାଦ ବାହିନୀପତି ଇସ୍ତଫା ଦେଇଥିଲେ । ବିଧାୟକ ଦଳର ନେତା ନରସିଂହ ମିଶ୍ର ମଧ୍ୟ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହୋଇଥିଲା। ଆଉ ଦୁଇ ଦିନ ପରେ ବିଧାନସଭା ଅଧିବେଶନ ଆରମ୍ଭ ହେବ। କଂଗ୍ରେସ ବିଧାୟକ ଦଳରେ ଅସନ୍ତୋଷ ଜୋର ହୋଇଥିବା ଜଣାପଡ଼ିଛି । ସଭାପତିକୁ ନେଇ ବିଧାୟକମାନେ ସନ୍ତୁଷ୍ଟ ନଥିବା ଜଣାପଡ଼ିଛି । ବିଧାନସଭା ଅଧିବେଶରେ ଏହାର ପ୍ରଭାବ ପଡ଼ିପାରେ ବୋଲି ଆଶଙ୍କା କରାଯାଉଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...