Connect with us

Hi, what are you looking for?

ବିଜିନେସ

ସୋଆ ଏବଂ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ, ଇମ୍ଫାଲ ମଧ୍ୟରେ ଗବେଷଣା ଏବଂ ସହଯୋଗିତା ନିମନ୍ତେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ଜୁଲାଇ ୨୬: ଶିକ୍ଷା ଓ ଗବେଷଣା ସମେତ ଜଳବାୟୁ ପ୍ରଭାବିତ କୃଷିକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ (ସିଏୟୁ), ଇମ୍ଫାଲ ମଧ୍ୟରେ ଗୁରୁବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।
ବୁଝାମଣା ଅନୁଯାୟୀ ସୋଆ ଏବଂ ସିଏୟୁ ପରସ୍ପର ମଧ୍ୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟି ସଦସ୍ୟଙ୍କର ବିନିମୟ ସହ ବିଭିନ୍ନ ପ୍ରକ୍ରିୟା ଏବଂ ଜ୍ଞାନକୌଶଳ, ବୈଜ୍ଞାନିକ ତଥ୍ୟ ଓ ସୂଚନାର ଆଦାନପ୍ରଦାନ ସମେତ ଗବେଷଣାଗାରର ସାମୁହିକ ସୁବିଧା ଉଠାଇପାରିବେ ।
ଏ ଦୁଇ ବିଶ୍ୱବିଦ୍ୟାଳୟ ଜଳବାୟୁ ପ୍ରଭାବିତ କୃଷିକୁ ନେଇ ମିଳିତ ଭାବେ ଗବେଷଣା କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବେ ।
ସୋଆ ଏବଂ ସିଏୟୁ ମିଳିତ ଭାବେ ଆଉଟରିଚ୍ ପ୍ରୋଗ୍ରାମଗୁଡ଼ିକୁ ହାତକୁ ନେବା ସହ କୃଷକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ନିମନ୍ତେ କାର୍ଯ୍ୟ କରିବେ ବୋଲି ଏହି ବୁଝାମଣାରେ ଉଲ୍ଲେଖ ଅଛି ।
ବୁଝାମଣା ପତ୍ରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ସିଏୟୁର କୁଳପତି ପ୍ରଫେସର ଅନୁପମ ମିଶ୍ର ସ୍ୱାକ୍ଷର କରିଥିଲେ ।
ଏହି ଅବସରରେ ସିଏୟୁର ନିର୍ଦ୍ଦେଶକ (ଇନ୍‌ଷ୍ଟ୍ରକ୍ସନ୍‌) ପ୍ରଫେସର ଇନ୍ଦିରା ସାରଙ୍ଗଥେମ୍ , ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ପ୍ରଫେସର ଏସ୍‌.କେ. ପଣ୍ଡା ଏବଂ ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...