Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋଆ ଏବଂ ସିଫା ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର , ୨୪/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏଆର୍‌-ସେଂଟ୍ରାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଫ୍ରେଶ୍‌ୱାଟର୍ ଆକ୍ୱାକଲ୍‌ଚର୍ (ସିଫା) ମଧ୍ୟରେ ବିଭିନ୍ନ ବିଷୟରେ ଶିକ୍ଷା ପ୍ରଦାନ ଓ ଗବେଷଣା ନିମନ୍ତେ ବୁଧବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।
ହର୍ବାଲ୍ ବାୟୋମେଡିସିନ୍‌ସ, ନାନୋଟେକ୍ନୋଲୋଜି, ମେରାଇନ୍ ଆଣ୍ଡ ଫ୍ରେଶ୍ ୱାଟର୍ ଇକୋ ସିଷ୍ଟମ୍ସ, ଆଂଟି-ମାଇକ୍ରୋବାଇଆଲ୍ ରେଜିଷ୍ଟାନ୍ସ, ଇମ୍ୟୁନୋଲୋଜି ଆଣ୍ଡ ଟ୍ରାନ୍ସଲେସ୍‌ନାଲ୍ ମେଡିସିନ୍ ରିସର୍ଚ୍ଚ ଇତ୍ୟାଦି କ୍ଷେତ୍ରରେ ଦୁଇଟି ଅନୁଷ୍ଠାନ ମଧ୍ୟରେ ଶିକ୍ଷା ଓ ଗବେଷଣା କାର୍ଯ୍ୟ କରାଯିବ ।
ସୋଆର ଉପ-କୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଏବଂ ଆଇସିଏଆର୍‌-ସିଫାର ନିର୍ଦ୍ଦେଶକ ଡକ୍ଟର ସରୋଜ କୁମାର ସ୍ୱାଇଁ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ ।
ଏହି ଅବସରରେ ସୋଆ ରେଜିଷ୍ଟ୍ରାର ପ୍ରଫେସର ପ୍ରଧାନ ଏହି ଏମ୍‌ଓୟୁ ଦ୍ୱାରା ବିଭିନ୍ନ କ୍ଷେତ୍ରରେ ଉଚ୍ଚମାନର କାର୍ଯ୍ୟ ସମ୍ପାଦିତ ହୋଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ।
ଏହି ଅବସରରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସୁଦାମ ଚରଣ ସି, ଫାର୍ମସ୍ୟୁଟିକ୍ସ ବିଭାଗର ପ୍ରଫେସର ଗୈାତମ ରଥ ଓ ଡକ୍ଟର ବିନୀତ କୁମାର ରାଏ, ଫାର୍ମାକଗ୍ନୋସି ବିଭାଗର ପ୍ରଫେସର ଗୌତମ ଘୋଷ, ଫାର୍ମାକଲୋଜି ବିଭାଗର ପ୍ରଫେସର ଦୁର୍ଗାମାଧବ କର ଓ ଡକ୍ଟର ବିଶ୍ୱନାଥ କର ଏବଂ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର ସନ୍ତୋଷ କୁମାର ସ୍ୱାଇଁ ଏବଂ ଡକ୍ଟର ଦେବସ୍ମିତା ଦୁବେ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ । ସେହିପରି ଆଇସିଏଆର୍‌-ସିଫା ପକ୍ଷରୁ ଫିସ୍ ଜେନେଟିକ୍ସ ଆଣ୍ଡ ବାୟୋଟେକ୍ନୋଲୋଜି ଡିଭିଜନ୍‌ର ମୁଖ୍ୟ ଡକ୍ଟର ପରମାନନ୍ଦ ଦାସ, ପ୍ରିନ୍ସିପାଲ୍ ସାଇନ୍‌ଟିଷ୍ଟ ଡକ୍ଟର ମୃଣାଲ୍ ସାମନ୍ତ ଏବଂ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।
ଏହି ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହିତ ଆଇସିଏଆର୍‌-ସିଫାର କର୍ତୃପକ୍ଷ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...